ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୩ଟି ଶିକ୍ଷାସୌଧ ଓ ୨୮ଟି ହଷ୍ଟେଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଛାତ୍ରଛାତ୍ରୀଙ୍କ ପାଇଁ ଗୁଣାତ୍ମକ ଶିକ୍ଷା ବୃଦ୍ଧିରେ ସହାୟକ ହେବ ଭବ୍ୟ ଭିତ୍ତିଭୂମି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୩ଟି ଶିକ୍ଷାସୌଧ ଓ ୨୮ଟି ହଷ୍ଟେଲ କୋଠାର ଉଦ୍‌ଘାଟନ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱରରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ଉତ୍ସବରେଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ।ଏହି ଅବସରରେ ସେ ୨୭୬ଟି ଛାତ୍ରାବାସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ରାଜ୍ୟରେ ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କୁ ଇଂରାଜୀ ଭାଷାରେ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନର ଲକ୍ଷ୍ୟ ରହିଥିଲା। ଏହା ସହ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଦେଶରେ ରୋଲ୍‌ ମଡେଲ ହେବ ବୋଲି ଲକ୍ଷ୍ୟ ରଖାଯାଇଥିଲା। ଏହି ଲକ୍ଷ୍ୟ ସ୍ଥାପନ ଠାରୁ ରାଜ୍ୟର ୩୧୪ଟି ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲିବା ସହ ଗୁଣାତ୍ମକ ଶିକ୍ଷା ପ୍ରଦାନ କରୁଛି।

ଉନ୍ନତମାନର ଗୁଣାତ୍ମକ ଶିକ୍ଷା ପ୍ରଦାନ ରାଜ୍ୟ ସରକାରଙ୍କ ପ୍ରାଥମିକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସିବିଏଇ ଢାଞ୍ଚାରେ ଗ୍ରାମାଞ୍ଚଳ ଓ ବ୍ଲକ ସ୍ତରରେ ଉନ୍ନତ ମାନର ଶିକ୍ଷା ପ୍ରଦାନ କରୁଛି ଓଡ଼ିଶା ଆଦର୍ଶ ବିଦ୍ୟାଳୟ। ଏହି କାର୍ଯ୍ୟକ୍ରମରେ ପ୍ରବେଶିକା ପରୀକ୍ଷା ମାଧ୍ୟମରେ ଓଏଭିକୁ ମନୋନୀତ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରିଛିଲେ ମୁଖ୍ୟମନ୍ତ୍ରୀ। ଏହା ସହ ନିଟ୍‌, ଜେଇଇ ଆଡ୍‌ଭାନ୍‌ସ ଓ ଅନ୍ୟ ଜାତୀୟସ୍ତରର ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଥିବା ସିବିଏସଏ ଦଶମ ଓ ଦ୍ୱାଦଶ ଶ୍ରେଣୀର ପ୍ରତିଭାବାନ ଓ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରିଥିଲେ।

Spread the love