୧୬ରେ ସୃଷ୍ଟି ହୋଇପାରେ ଲଘୁଚାପ

ଗାଙ୍ଗେୟ-ପଶ୍ଚିମବଙ୍ଗ ଉପତ୍ୟକାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ଉପାନ୍ତରୁ ଉପକୂଳ ଜାରି ରହିଛି ବର୍ଷା। ଆସନ୍ତା ୧୬ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ ଭଲ ବର୍ଷା ଆଣିପାରେ । ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏବେ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ।ଆଜି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିଭଳି ଆସନ୍ତାକାଲି ପାଇଁ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୮ ଓ ୯ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବା ବେଳେ ୧୦ରୁ ପୁଣି ଥରେ ବର୍ଷାର ପରିମାଣ ବୃଦ୍ଧି ହୋଇପାରେ । ସେପଟେ ଜୁନ୍‌ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି।

Spread the love