ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ବିକାଶ ପ୍ରକଳ୍ପକୁ ଅନୁମୋଦନ

ଏକ ଘଣ୍ଟାରେ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି । ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ବିକାଶ ପ୍ରକଳ୍ପକୁ ଅନୁମୋଦନ । ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖିଣ୍ଡାର ବିକାଶ ସହ ଏହାକୁ ଏକ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ୬ କୋଟି ୪୧ ଲକ୍ଷ ଟଙ୍କା ମଧ୍ୟ ମୁଖ୍ୟମନ୍ତୀ ଅନୁମୋଦନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସମ୍ବଲପୁର ଗସ୍ତରେ ଥିବା ଫାଇଭ ଟି ସଚିବ ଭି.କେ. ପାଣ୍ଡିଆନ ଆଜି ଖିଣ୍ଡା ଯାଇ ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଦେଇଥିଲେ ଏବଂ ତାଙ୍କ ଜନ୍ମ ପୀଠ ଖିଣ୍ଡାର ବିକାଶ ସଂପର୍କରେ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ । ଏହାପରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଫୋନ ଯୋଗେ ଅବଗତ କରାଇଥିଲେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଏବଂ ଏକ ଘଣ୍ଟା ଭିତରେ ନିଷ୍ପତ୍ତି ନେଇ ‘ଡେଭଲପମେଣ୍ଟ ଅଫ ବୀର ସୁରେନ୍ଦ୍ର ସାଏ ଆର୍ଥ ପ୍ଲେସ ଏଟ୍‌ ଖିଣ୍ଡା, Samabalpur’ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।

Spread the love