ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ନେଇ ଘୋଷଣା କଲେ ମୁଖ୍ଯମନ୍ତ୍ରୀ, ଉପକୃତ ହେବେ ୮୭୧୭ କାର୍ଯ୍ଯରତ ସାମ୍ବାଦିକ ଓ ତାଙ୍କ ପରିବାର

ଭୁବନେଶ୍ୱର : କାର୍ଯ୍ଯରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ଯକାରୀ ହୋଇଥିବା ଗୋପବନ୍ଧୁ ସ୍‌ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ବିଷୟ ମୁଖ୍ଯମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ଯର ୮୭୧୭ କାର୍ଯ୍ଯରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକୃତ ହେବେ । ସୂଚନାଯୋଗ୍ଯ ଯେ, ଗୋପବନ୍ଧୁ ସ୍‌ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ଯରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ଯନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।

Spread the love