ଚକୋଲେଟ ଦେବାକୁ ଡାକିନେଇ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ କଲେ ଦାଦା

ଅନୁଗୁଳ ଜିଲା ଛେଣ୍ଡିପଦା ଥାନା  ଅଞ୍ଚଳରେ ଜଣେ ୭ ବର୍ଷର ନାବାଳିକାକୁ ବଳାତ୍କାର ଉଦ୍ୟମ କରାଯାଇଥିବା ନେଇ ଗୁରୁବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ନାବାଳିକା ଜଣଙ୍କ ବୁଲୁଥିବା ବେଳେ ସମ୍ପର୍କୀୟ ଦାଦା ଚକୋଲେଟ ଦେବାର ପ୍ରଲୋଭନ ଦେଖାଇ ଡାକି ନେଇଥିଲେ। ସେଠାରେ ସେ ତାଙ୍କ ସହିତ ଅସଦାଚରଣ କରିବା ସହ ବଳାତ୍କାର ଉଦ୍ୟମ କରୁଥିବା ବେଳେ କୌଣସି ମତେ ନାବାଳିକା ଜଣଙ୍କ ଖସି ଆସି ଘରେ ସବୁ କଥା କହିଥିଲେ । ଏ ନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ଛେଣ୍ଡିପଦା ପୋଲିସ ଏକ ମାମଲା ରୁଜୁ କରିବା ସହିତ ଘଟଣାର ତଦନ୍ତ ଜାରି ରଖିଛି । ବର୍ତ୍ତମାନ ଏହି ଘଟଣା  ଛେଣ୍ଡିପଦା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

Spread the love