ରାଜ୍ୟର ୩ ଜିଲ୍ଲାରେ ଅତି ପ୍ରବଳ ବର୍ଷା; ୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସ୍ପଟ ଚିହ୍ନିତ ହେବାପରେ ଗତକାଲି (ରବିବାର) ଠାରୁ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି। ଅନ୍ୟ ପକ୍ଷରେ ଅନ୍ୟ ଲଘୁଚାପ କ୍ଷେତ୍ର ଏବେ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବସ୍ଥାନ କରିବା ସହ ଏହା ସହ ସଂପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୯.୫ କିମି ପର୍ଯ୍ୟନ୍ତ ବ୍ୟାପିଛି ଏବଂ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି।

ସେହିପରି ମୌସୁମୀ ଟ୍ରଫର ପଶ୍ଚିମ ପ୍ରାନ୍ତ ହିମାଳୟର ପାଦଦେଶ ନିକଟରେ ରହିଛି ଏବଂ ପୂର୍ବ ପ୍ରାନ୍ତ ବର୍ତ୍ତମାନ ଦରଭଙ୍ଗା, ଦେଓଘର, କ୍ୟାନିଂ ଦେଇ ଗତି କରୁଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହଥିବା ବେଳେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ୩ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ସେମି)ର ସମ୍ଭାବନା ରହଥିବା ବେଳେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ସେମି)ର ସମ୍ଭାବନା ରହିଛି, ସେଥିପାଇଁ ଏହି ୩ ଜିଲ୍ଲାକୁ ଅରେଞ୍ଜ ବା କମଳା ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟ ପ୍ରଭୃତି ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ରବିବାର) ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିବା ସହ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

Spread the love