ଓଡିଶାକୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଦେବା ପାଇଁ କେନ୍ଦ୍ର ସରକାର ପ୍ରତିବଦ୍ଧ: ଧର୍ମେନ୍ଦ୍ର

ଓଡ଼ିଶା ପାଇଁ ଭୁବନେଶ୍ୱର ଏମ୍‌ସ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଥିଲା ବୋଲି ବୁଧବାର ଭୁବନେଶ୍ୱର ଏମ୍ସ ମେଡିକାଲ ପରିସରରେ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ପୂର୍ଣ୍ଣାଙ୍ଗ ମୂର୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କ କରକମଳରେ ଲୋକାର୍ପଣ ଏବଂ ମେଡିକାଲରେ ବିଭିନ୍ନ ରୋଗୀ ସୁବିଧାର ଶିଳାନ୍ୟାସ ଓ ଉଦଘାଟନ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏମ୍ସରେ ବାଜପେୟୀଙ୍କ ପୂର୍ଣ୍ଣାଙ୍ଗ ମୂର୍ତ୍ତି ସ୍ଥାପିତ କରିଥିବାରୁ ଏମ୍ସ ଭୁବନେଶ୍ୱର ଓ ମହାନଦୀ କୋଇଲା କମ୍ପାନୀକୁ କୃତଜ୍ଞତା ଜଣାଇଛନ୍ତି ଶ୍ରୀ ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ଯେ ଗତ ୨ ବର୍ଷ ତଳେ ତତ୍କାଳୀନ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଏଥିପାଇଁ ପ୍ରତିଶ୍ରୁତି ଦେଇଥିଲେ । ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ଏମ୍ସରେ ୪୦ଟି ବିଭାଗ ଖୋଲାଯାଇଛି । ଓଡିଶାକୁ ଉତମ ସ୍ୱାସ୍ଥ୍ୟ ସେବା ଦେବା ପାଇଁ ଭାରତ ସରକାର ପ୍ରତିବଦ୍ଧ । ଆଗାମୀ ଦିନରେ ଏମ୍ସ ରାଜ୍ୟ ଓଡିଶା ଏବଂ ପଡୋଶୀ ରାଜ୍ୟର ସ୍ୱାସ୍ଥ୍ୟ ଆବଶ୍ୟକତାକୁ ପୂରଣ କରିବ ବୋଲି ସେ କହିଛନ୍ତି ।

Spread the love