ଆଇଏଏସ୍‌ ସ୍ତରରେ ଅଦଳବଦଳ; ଜ୍ୟୋତିପ୍ରକାଶ ହେଲେ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି

ଭୁବନେଶ୍ବର/କଟକ: ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଆଇଏଏସ୍ ଅଧିକାରୀ ସ୍ତରରେ ଏକ ଛୋଟଧରଣର ଅଦଳବଦଳ କରିଛନ୍ତି। ୨୦୧୦ ବ୍ୟାଚ୍ ଆଇଏଏସ୍ ଜ୍ୟୋତିପ୍ରକାଶ ଦାସଙ୍କୁ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । କଟକରେ ଇନ୍ସପେକ୍ଟର ଜେନେରାଲ ଅଫ୍ ରେଜିଷ୍ଟ୍ରେସନ(ଆଇଜିଆର) ଭାବେ କାର୍ଯ୍ୟରତ ଜ୍ୟୋତିପ୍ରକାଶ ଅତିରିକ୍ତ ଭାବେ ଏହି ନୂଆ ଦାୟିତ୍ୱ ତୁଲାଇବେ।

ସେହିପରି ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ତଥା ୨୦୧୦ ବ୍ୟାଚ୍ ଆଇଏଏସ୍ ରମାଶିଷ ହାଜରାଙ୍କୁ ପଶୁପାଳନ ଓ ପ୍ରାଣୀଧନ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି। ସେଠାରେ ଥିବା ୨୦୧୪ ବ୍ୟାଚ୍ ଆଇଏଏସ୍ ଡଃ ୟେଦୁଲା ବିଜୟଙ୍କୁ ବିଜ୍ଞାନ ଓ କାରିଗରି କୌଶଳ ବିଭାଗର ଯୁଗ୍ମ ସଚିବ ଭାବେ ନୂଆ ନିଯୁକ୍ତି ମିଳିଛି।

Spread the love