ଆସନ୍ତା ୨୧ରେ ବିଧାନସଭାର ବାଚସ୍ପତି ନିର୍ବାଚନ

ଭୁବନେଶ୍ବର: ଆସନ୍ତା ୨୧ ତାରିଖରେ ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି। ଏଥିଲାଗି ୧୮ ତାରିଖରେ ପ୍ରାର୍ଥୀପତ୍ର ଦାଖଲ ହେବ। ବିକ୍ରମ କେଶରୀ ଆରୁଖଙ୍କ ଇସ୍ତଫା ପରେ ଖାଲିପଡ଼ିଛି ବାଚସ୍ପତି ପଦ।

ସୂଚନାଯୋଗ୍ୟ, ଗତ ମେ ମାସରେ ସମସ୍ତଙ୍କୁ ଚକିତ କରି ଆଜି ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ବିକ୍ରମ କେଶରୀ ଆରୁଖ। ଗଞ୍ଜାମ ଜିଲ୍ଲା ଭଂଜନଗରରୁ ୫ଥର ବିଧାୟକ ହୋଇଥିବା ବିକ୍ରମ ଆରୁଖ ନିଜ ଇସ୍ତଫାକୁ ନେଇ କହିଥିଲେ ଯେ ସେ ବ୍ୟକ୍ତିଗତ କାରଣ ପାଇଁ ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି | ମାତ୍ର ବର୍ଷକ ପାଇଁ ଏହି ପଦରେ ରହିବା ପରେ ସେ ନିଜର ଇସ୍ତଫା ପତ୍ର ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ପାଖକୁ ପଠାଇଥିଲେ। ଏଣେ ଆଗାମୀ ୨୨ ତାରଖରୁ ବିଧାସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ଅକ୍ଟୋବର ୪ ଯାଏ ଚାଲିବ। ତେଣେ  ଓଡ଼ିଶା ବିଧାନସଭାର ବାଚସ୍ପତି କିଏ ହେବେ ସେ ନେଇ ଅଙ୍କକଷା ଆରମ୍ଭ ହୋଇଯାଇଛି।

Spread the love