ରାଜଧାନୀରେ ଘଡ଼ଘଡି ସହ ମୂଷଳଧାରାରେ ବର୍ଷା

ଗୁଳୁଗୁଳିରୁ ମିଳିଳା ତ୍ରାହି। ରାଜଧାନୀ ଭୁବନେଶ୍ବରର ମୂଶଳଧାରାରେ ଘଡଘଡ଼ି ସହ ବର୍ଷା। ସନ୍ଧ୍ୟା ୭ଟାରୁ ଆରମ୍ଭ ହୋଇଥିଲା ବର୍ଷା, ତା ସାଙ୍ଗକୁ ଆରମ୍ଭ ହୋଇଯାଇଥିଲା ଘଡଘଡ଼ି।  ପୂର୍ବରୁ ଅର୍ଥାତ ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି   ଆଞ୍ଚଳିକ ପାଣିପାଗ କେନ୍ଦ୍ର।  ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଥିଲା।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ସେପ୍ଟେମ୍ବର ୨ ତାରିଖ ଅପରାହ୍ନ ସୁଦ୍ଧା ଆଭ୍ୟନ୍ତରୀଣ, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୨୨ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨ ସେପ୍ଟେମ୍ବର, ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୨ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ଦେବଗଡ଼, ସମ୍ବଲପୁର, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ଓ କନ୍ଧମାଳ ପ୍ରଭୃତି ୨୨ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Spread the love