ବୌଦ୍ଧ ଜିଲ୍ଲା ପରିଷଦ ବୈଠକରେ ଯୋଗ ଦେଲେ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ

ବୌଦ୍ଧ ଜିଲ୍ଲାରେ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ। ଜିଲ୍ଲା ପରିଷଦ ଅଧ୍ୟକ୍ଷା ପ୍ରଭାସିନୀ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ , ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଯୋଗ ଦେଇଥିଲେ। ବୈଠକରେ ପୂର୍ବ ବୈଠକର କାର୍ଯ୍ୟ ଖସଡ଼ାକୁ ଅନୁମୋଦନ ସହ ସମସ୍ତ ଗ୍ରାମକୁ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ଧାର୍ଯ୍ୟ ସମୟରେ ଶେଷ କରିବାକୁ ଲକ୍ଷ୍ୟ ରହିଛି।

ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ମନରେଗା , ଦୁର୍ଗମ ଅଞ୍ଚଳକୁ ରାସ୍ତା ନିର୍ମାଣ ନେଇ ହୋଇଥିଲା ଆଲୋଚନା। ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷା କରି ବିଭିନ୍ନ ପ୍ରକଳ୍ପ କୁ ଧାର୍ଯ୍ୟ ସମୟ ରେ ଶେଷ କରିବା ଉପରେ ସାଂସଦ ଡ. ସାମନ୍ତ ପରାମର୍ଶ ଦେଇଥିଲେ। ପରେ ବୌଦ୍ଧ ସର୍କିଟ ହାଉସ ଠାରେ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ, ଜିଲ୍ଲା ଯୋଜନା ବୋଡ ଅଧ୍ୟକ୍ଷ ତଥା କଣ୍ଟାମାଳ ବିଧାୟକ ମହିଧର ରଣାଙ୍କ ସହ ଜିଲ୍ଲାରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ବିଷୟରେ ଆଲୋଚନା କରିଥଲେ ସାଂସଦ ଡ. ଅଚ୍ୟୁ ତ ସାମନ୍ତ।

ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ଗୃହ ଠାରେ କନ୍ଧମାଳ ସାଂସଦ ଅଧ୍ୟକ୍ଷ ତା ରେ ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକ ରେ ୩୦୦ ଶଙ ଶଯ୍ୟା ବିଶିଷ୍ଟ ନିର୍ମାଣ ଧିନ ହସ୍ପିଟାଲ ର କାର୍ଯ୍ୟ ର ଅଗ୍ରଗତି ସମୀକ୍ଷା କରିଥଲେ।

Spread the love