ଭୁବନେଶ୍ୱରରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ: ବିମାନବନ୍ଦରରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି ଦୁଇକେନ୍ଦ୍ର ମନ୍ତ୍ରୀ। ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ କେନ୍ଦ୍ରମନ୍ତ୍ରୀ। ଆଜି କେନ୍ଦ୍ର ସୂଚନା ଓ ପ୍ରସାରଣ ତଥା ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପହଞ୍ଚିଛନ୍ତି।  ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଦୁଇ କେନ୍ଦ୍ର ମନ୍ତ୍ରୀଙ୍କୁ ଦଳ ତରଫରୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଦଳୀୟ କାର୍ଯ୍ୟକ୍ରମ ସହ ଦୁଇ ପ୍ରତିଷ୍ଠିତ ଖବରକାଗଜ ‘ସମ୍ବାଦ’ ଓ ‘ପ୍ରଜାତନ୍ତ୍ର’ର ବାର୍ଷିକ ଉତ୍ସବରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଉଭୟେ ‘ସମ୍ବାଦ’ର ୪୦ ତମ ବାର୍ଷିକ ଉତ୍ସବ ଓ ‘ପ୍ରଜାତନ୍ତ୍ର’ ପ୍ରକ‌ାଶନର ଶହେ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେବେ। ତେବେ ବିଜେପି ପ୍ରଥମେ ଦଳୀୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରି ପରେ ଉତ୍କଳ ବିଶ୍ବବିଦ୍ୟାଳୟରେ ‘ମୋ ଦେଶ ମୋ ମାଟି’ କାର୍ଯ୍ୟକ୍ରମରେ ଯୋଗ ଦେବେ ଦୁଇ କେନ୍ଦ୍ରମନ୍ତ୍ରୀ।

Spread the love