କେନ୍ଦ୍ରାପଡ଼ାର ପ୍ରସିଦ୍ଧ ମିଷ୍ଟାନ୍ନ ‘ରସାବଳି’କୁ ମିଳିଲା ଜିଆଇ ଟ୍ୟାଗ୍

ଭୁବନେଶ୍ବର: କେନ୍ଦ୍ରାପଡ଼ାର ପ୍ରସିଦ୍ଧ ମିଷ୍ଟାନ୍ନ ‘ରସାବଳି’କୁ ଜିଆଇ ଟ୍ୟାଗ୍ ମାନ୍ୟତା ମିଳିଛି। ଆବେଦନ ପତ୍ରର ତର୍ଜମା କରିବା ସହ ‘ରସାବଳି’ର ଐତିହାସିକ ଓ ଆଧ୍ୟାତ୍ମିକ ଦିଗକୁ ଅନୁଧ୍ୟାନ କରିବା ପରେ ଜିଆଇ ଟ୍ୟାଗ୍ ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ ଯେ, ‘ରସାବଳି’କୁ ଜିଆଇ ଟ୍ୟାଗ୍ ମାନ୍ୟତା ଦେବା ପାଇଁ ‘କେନ୍ଦ୍ରାପଡା ରସାବଳି ମିଷ୍ଟାନ୍ନ ନିର୍ମାତା ସଂଘ’ ପକ୍ଷରୁ ପ୍ରଥମେ ୨୦୨୦ ମସିହା ଜୁଲାଇ ମାସରେ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା। ପରେ ପରେ ଏନେଇ ବିଭିନ୍ନ ପର୍ଯ୍ୟାୟରେ ସଂଘ ପକ୍ଷରୁ ଆଲୋଚନାଚକ୍ର, ସଚେତନତା କାର୍ଯ୍ୟକ୍ରମ, ଅଭିଯାନ ପ୍ରଭୃତି ଜାରି ରହିଥିଲା। ତେବେ ‘ରସାବଳି’କୁ ଜିଆଇ ଟ୍ୟାଗ୍ ମାନ୍ୟତା ମିଳିବା ପରେ କେନ୍ଦ୍ରାପଡ଼ାରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି।
Spread the love