ଭଦ୍ରକରେ ଅନୁଷ୍ଠିତ “ମୋ ମାଟି ମୋ ଦେଶ” କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ

ଭଦ୍ରକ/ଭୁବନେଶ୍ୱର : ଦେଶ ପାଇଁ ବଳିଦାନ ଦେଇଥିବା ଅମର ‘ବୀର’ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ଆହ୍ୱାନକ୍ରମେ ଦେଶବ୍ୟାପୀ ‘ମୋ ମାଟି, ମୋ ଦେଶ” କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ‘ଦେଶର ପ୍ରତି ଗାଁ, ପଂଚାୟତ, ବ୍ଲକ, ସହର, ନଗର, ପୌରପାଳିକା ଅଂଚଳରେ ବୀର ସ୍ୱାଧୀନତା ସଂଗ୍ରାମୀ ଓ ଯବାନଙ୍କ ବଳିଦାନ ସ୍ମୃତିରେ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଛି । ଏହି କ୍ରମରେ ଓଡ଼ିଶାରେ ମଧ୍ୟ ସହିଦ ଓ ବଳିଦାନ ଦେଇଥିବା ବୀରମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ “ମୋ ମାଟି ମୋ ଦେଶ” ଆୟୋଜିତ ହେଉଛି । ଭଦ୍ରକ ସମେତ ସମଗ୍ର ରାଜ୍ୟବାସୀ ‘ମୋ ମାଟି, ମୋ ଦେଶ”କୁ ସ୍ୱତଃ ପ୍ରବୃତ ଭାବେ ଯୋଗ ଦେଉଛନ୍ତି ଏବଂ ସେଥିରେ ସେମାନଙ୍କ ଉତ୍ସାହ ବେଶ ଲକ୍ଷ୍ୟଣୀୟ । ଜନତାଙ୍କୁ ଦେଖି ସ୍ପଷ୍ଟ ଜଣାପଡୁଛି ଯେ, ମୋଦିଜୀଙ୍କ ‘ମୋ ମାଟି, ମୋ ଦେଶ” କାର୍ଯ୍ୟକ୍ରମ ଓଡ଼ିଶାରେ ସଫଳ ହୋଇଛି ବୋଲି ଶ୍ରୀ ସାମଲ କହିଛନ୍ତି ।

ରାଜ୍ୟ ସଭାପତି ଶ୍ରୀ ସାମଲ ଆଜି ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ଏନଏସି ୱାର୍ଡ ନଂ ୪, ୱାର୍ଡ ନଂ ୯ରେ ଅନୁଷ୍ଠିତ ହେଉଥିବା “ମୋ ଦେଶ ମୋ ମାଟି” କାର୍ଯ୍ୟକ୍ରମରେ ଯୋଗ ଦେଇ ମାଟି ସଂଗ୍ରହ କରିଥିଲେ । ଏହାପରେ ଶ୍ରୀ ସାମଲ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ପିରହାଟ ସ୍ଥିତ ଚାରିବାଟିଆରେ ଥିବା ଗାନ୍ଧୀମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ମାଟି ସଂଗ୍ରହ କରିଥିଲେ । ସ୍ୱାଧୀନତାର ଶତାବ୍ଦୀ ପୂର୍ତି ଅବସରରେ ୨୦୪୭ ମସିହାରେ ଭାରତବର୍ଷକୁ ବିଶ୍ୱ ଗୁରୁ ଭାବେ ପରିଣତ କରିବା ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନକୁ ସଫଳ କରିବା ପାଇଁ ସୁବର୍ଣ୍ଣ ସୁଯୋଗ ଆସିଛି । ଦେଶର ଅଖଣ୍ଡତା ପାଇଁ ଯେଉଁ ଯବାନମାନେ ଲଢ଼ୁଛନ୍ତି ସେମାନଙ୍କ ସ୍ମୃତି ରକ୍ଷା ପାଇଁ ମୋଦିଜୀ ଆହ୍ୱାନ କ୍ରମେ ଆଜି ଯବାନମାନଙ୍କ ସ୍ମୃତି ପାଇଁ “ମାଟି ସଂଗ୍ରହ” କରାଯାଉଛି । ପୂର୍ବରୁ ବିଭିନ୍ନ ଜିଲ୍ଲା ତଥା ଭଦ୍ରକର ଇରମ, ନେତାଜୀ ସୁବାଷ ଚନ୍ଦ୍ର ବୋଷ, ଭୀମଭୋଇ, ଗୋପବନ୍ଧୁ ଦାସ ଓ ମଧୁସୂଦନ ରାଓ ଇତ୍ୟାଦି ପୂର୍ଣ୍ଣତମ ଜନ୍ମପୀଠରୁ ମଧ୍ୟ କଳସରେ ମାଟି ସଂଗ୍ରହ କରାଯାଇଛି । ଏହି ମାଟି ଦିଲ୍ଳୀ ଯିବ, ସେଠାରେ ସହିଦଙ୍କ ପାଇଁ ଏହା ଏକ ବଡ ସ୍ମାରକୀ ହେବ ବୋଲି ଶ୍ରୀ ସାମଲ କହିଛନ୍ତି ।
ଏହି ଅବସରରେ ରାଜ୍ୟ ଉପସଭାପତି ଡକ୍ଟର ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବିଧାନସଭା ସଂଯୋଜକ ମୀନକେତନ ବିଶ୍ୱାଳ ପ୍ରମୁଖଙ୍କ ସମେତ ଜିଲ୍ଲାର ପ୍ରମୁଖ ନେତୃବୃନ୍ଦ ଓ ଶତାଧିକ କାର୍ଯ୍ୟକର୍ତା ସାମିଲ ହୋଇଥିଲେ ।

Spread the love