ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ଵର: ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ନିଜର ଶୋକବାର୍ତ୍ତାରେ କହିଛନ୍ତି, ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ମହେଶ୍ୱର ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ରାଜ୍ୟ ରାଜନୀତିରେ ସେ ଜଣେ କୁଶଳୀ ରାଜନେତା ଥିଲେ। ବିଶେଷ ଭାବରେ ଲମ୍ବା ସମୟ ଧରି ଜନପ୍ରତିନିଧି ଭାବରେ ପୁରୀବାସୀଙ୍କ ପାଇଁ ସେ କରିଥିବା କାର୍ଯ୍ୟ ସବୁ ଦିନ ପାଇଁ ମନେରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି। ସେ ଆହୁରି ମଧ୍ୟ ଉଲ୍ଲେଖ କରିଛନ୍ତି, ସ୍ୱର୍ଗୀୟ ମହେଶ୍ୱର ମହାନ୍ତିଙ୍କ ସହ ମୋର ବ୍ୟକ୍ତିଗତ ସମ୍ପର୍କ ବହୁତ ଘନିଷ୍ଠ ଥିଲା। ମୁଁ ତାଙ୍କ ଠାରୁ ୨୦୦୪ ମସିହାରେ ଓଡ଼ିଶା ବିଧାନସଭାର ସମ୍ମାନଜନକ “ଉତ୍କଳମଣି ଗୋପବନ୍ଧୁ ପ୍ରତିଭା – ୨୦୦୩” ପୁରସ୍କାର ଗ୍ରହଣ କରିଥିଲି। ତାଙ୍କ ସହ ଥିବା ମୋର ସ୍ମୃତି ସ୍ମରଣୀୟ ହୋଇରହିବ।

Spread the love