କିସରେ ଶିଶୁ ଦିବସ, ଛାତ୍ରଛାତ୍ରୀଙ୍କୁ ନେହରୁଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ପରାମର୍ଶ ଦେଲେ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ

ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜନ୍ମଦିନ। ଏହି ଅବସରରେ କିସରେ ଶିଶୁ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଯୋଗ ଦେଇ ପଣ୍ଡିତ ନେହରୁଙ୍କ ସ୍ମୃତିଚାରଣ କରିବା ସହ ଛାତ୍ରଛାତ୍ରୀଙ୍କୁ ପଣ୍ଡିତ ନେହରୁଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ପରାମର୍ଶ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ କିସ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଦୀପକ କୁମାର ବେହେରା, କିସର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ. ପ୍ରଶାନ୍ତ କୁମାର ରାଉତରାୟ, ଉପମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ପାତ୍ର ପ୍ରମୁଖ ଯୋଗଦେଇ ପଣ୍ଡିତ ନେହେରୁଙ୍କ ସ୍ମୃତିଚାରଣ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଶେଷରେ ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ଚକୋଲେଟ ବଣ୍ଟନ କରିଥିଲେ।

Spread the love