ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ରାଜ୍ୟରେ ୩୪୯ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପିତ, ୪୮.୪୫ କୋଟି ବିନିଯୋଗ

ତ୍ଵରିତ ସ୍ୱାସ୍ଥ୍ୟ ସେବା ଦିଗରେ ଅନ୍ୟ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୩୪୯ଟି ନୂଆ ଆମ୍ବୁଲାନ୍ସ ଓଡିଶାବାସୀଙ୍କ ନିମନ୍ତେ ଲୋକାର୍ପଣ କରିଛନ୍ତି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ଏହି ଲୋକାର୍ପଣ ଉତ୍ସବରେ ପ୍ରଥମ ଥର ପାଇଁ ଏତେ ସଂଖ୍ୟକ ଆମ୍ବୁଲାନ୍ସ ରାଜ୍ୟର ମେଡିକାଲ ଆମ୍ବୁଲାନ୍ସ ସେବାରେ ଯୋଗ କରାଯାଇଛି।  ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ଆହୁରି ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇବାରେ ସହାୟକ ହେବ। ‘ପ୍ରତି ଜୀବନ ମୂଲ୍ୟବାନ’ ନୀତି ଅନୁଯାୟୀ ଆମର ଉଦ୍ୟମ ଜାରି ରହିବ ବୋଲି ସେ କହିଛନ୍ତି

ସୂଚନାଯୋଗ୍ୟ, ଆଜି ଲୋକାର୍ପିତ ଆମ୍ବୁଲାନ୍ସ ଗୁଡିକ ମଧ୍ୟରୁ ୨୭୯ଟିକୁ ୧୦୮-ଆମ୍ବୁଲାନ୍ସ ସେବାରେ ସାମିଲ କରାଯାଇଛି। ବାକି ୭୦ଟିକୁ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟମାନଙ୍କୁ ଯୋଗାଇ ଦିଆଯାଇଛି। ଏହି ୭୦ଟି ମଧ୍ୟରୁ ୪୦ଟି ହେଉଛି ଜୀବନ ରକ୍ଷାକାରୀ ମୌଳିକ ଆମ୍ବୁଲାନ୍ସ ଏବଂ ୩୦ଟି ଜୀବନ ରକ୍ଷାକାରୀ ଅତ୍ୟାଧୁନିକ ଆମ୍ବୁଲାନ୍ସ। ସମୁଦାୟ ୩୪୯ଟି ଆମ୍ବୁଲାନ୍ସ ବାବଦରେ ୧୪୮.୪୫ କୋଟି ଟଙ୍କା ବିନିଯୋଗ କରାଯାଇଛ

Spread the love