କାର୍ତ୍ତିକ ମାସ ତ୍ରୟୋଦଶୀ ତିଥି: ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ଆଜି ପଞ୍ଚୁକର ତୃତୀୟ ଦିନ। କାର୍ତ୍ତିକ ମାସ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଅତ୍ୟନ୍ତ ଚିତ୍ତାକର୍ଷକ ତିବିକ୍ରମ ବେଶ ଅନୁଷ୍ଟିତ ହୋଇଛି। ଏହି ବେଶରେ ଠାକୁର ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ କରାଯାଇଛି । ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତ୍ତାକର୍ଷକ ବେଶ ଦର୍ଶନ କଲେ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି । ଏହି ବେଶ ଦେଖିବାକୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି । ଆସନ୍ତା କାଲି ମହାପ୍ରଭୁଙ୍କ ଲଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେବ । ସେପଟେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କ ଲାଗି ସ୍ୱତନ୍ତ୍ର ବାୟୋ ଟଏଲେଟ, ବ୍ୟାରିକେଡରେ ବିଶୁଦ୍ଧ ପିଇବା ପାଣି ବ୍ୟବସ୍ଥା ହୋଇଛି । ସେହିପରି ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ହେଲପ ଡେସ୍କ ଓ ବିଶ୍ରାମ ପାଇଁ ବ୍ୟବସ୍ଥା କରାଯାଇଛି ।

Spread the love