୮ ମୃତକଙ୍କ ପରିବାରକୁ ଅନୁକଂପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅଧା ରହିଗଲା ତାରିଣୀ ଦର୍ଶନ । ଟ୍ରକ ପଛକୁ ଧକ୍କା ଦେଲା ଭ୍ୟାନ୍ । ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଛି । ଘଟଗାଁ ବାଲିଯୋଡି ନିକଟରେ ଘଟିଛି ଏହି ମୁର୍ମଦୁନ୍ତ ଦୁର୍ଘଟଣା । ଏପରି ଭୟଙ୍କର ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ଆହତ ୧୨ ଜଣଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୃତାହତ ସମସ୍ତ ବ୍ୟକ୍ତି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳର ବୋଲି ଜଣାପଡିଛି।

Spread the love