ଓଡ଼ିଶାରେ ଏମିତି ଲାଗୁ ହେବ ମୋଦୀଙ୍କ ଗ୍ୟାରେଣ୍ଟି

ଭୁବନେଶ୍ୱର: ରାଜ୍ୟରେ କିଛିଦିନ ହେଲା ଆୟକର ବିଭାଗ କୋଟି କୋଟି ଟଙ୍କା ଜବତ କରୁଥିବାବେଳେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | ସେ ଟ୍ୱିଟ କରି ଲେଖିଛନ୍ତି ଯେ ଓଡ଼ିଶାରେ କିଛି ଦିନ ହେବ ଗଣମାଧ୍ୟମରେ ଶହ ଶହ କୋଟି ଟଙ୍କା ଜବତ ହେବା ଖବର ମୋତେ ବିସ୍ମିତ କରିଛି । କେନ୍ଦ୍ରୀୟ ସଂସ୍ଥାର ଚଢାଉ ଦ୍ୱାରା ଓଡ଼ିଶା ଭଳି ରାଜ୍ୟରୁ ଏକାସାଙ୍ଗରେ ଏତେ ପରିମାଣରେ ବେନାମୀ ଅର୍ଥ ଜବତ ହେବା ଚିନ୍ତାର ବିଷୟ । ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ଭଳି ରାଜ୍ୟର କିଛି ବ୍ୟକ୍ତିଙ୍କ ଏହି ଟଙ୍କା ସହ ସମ୍ପର୍କ ଥିବା ଗଣମାଧ୍ୟମରେ ଖବର ପ୍ରକାଶ ପାଉଛି । ଏହି ବେନାମୀ ଧନର ମୂଳ ଉତ୍ସ କେଉଁଠି ? ଘଟଣାର ସତ୍ୟାସତ୍ୟ କଣ ?ଜବତ ହେଉଥିବା କଳାଧନ ସହ ଓଡ଼ିଶାର କିଛି ମୁଷ୍ଟିମେୟ ଲୋକମାନଙ୍କର ସମ୍ପର୍କ ଅଛି କି? ସଚ୍ଚୋଟତାର ଡିଣ୍ଡିମ ପିଟୁଥିବା କିଛି ଲୋକମାନେ ଏହି ଘଟଣାରେ ଚୁପ୍ କାହିଁକି ? ନୈତିକତାର କଥା କହୁଥିବା କିଛି ରାଜନୈତିକ ଦଳର ନେତାମାନେ ଏହି ଘଟଣାରେ ନୀରବ ଥିବାରୁ ସାଧାରଣ ଜନତାଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି ।

ଏବେ ଓଡ଼ିଶା ସମେତ ଦେଶର ଜନସାଧାରଣ ମୋଦୀଙ୍କ ଗ୍ୟାରେଣ୍ଟି ଉପରେ ଭରସା କରୁଛନ୍ତି । ମୋଦୀ ସରକାରରେ ଦୁର୍ନୀତିକୁ ପ୍ରଶୟ ଦିଆଯିବ ନାହିଁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଗୋଟି ଗୋଟି କରି ଜନତାଙ୍କ ଠାରୁ ହରିଲୁଟ୍ ହୋଇଥିବା ଅର୍ଥ ଅସୁଲ କରଯିବା ସହ ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ, ଏହା ହେଉଛି ମୋଦୀଙ୍କ ଗ୍ୟାରେଣ୍ଟି ।

Spread the love