ଆଜି ଓଡିଶା ଆସୁଛନ୍ତି କେନ୍ଦ୍ରୀୟ ନିର୍ବାଚନ କମିଶନ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ତିନି ଦନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରୀୟ ନିର୍ବାଚନ କମିଶନ । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର, ଡେପୁଟି କମିଶନର ଅରୁଣ ଗୋୟଲ, ସିନିୟର ଡେପୁଟି ନିର୍ବାଚନ କମିଶନର ଧର୍ମେନ୍ଦର ଶର୍ମା, ସିନିୟର ଡେପୁଟି ଇଲେକସନ କମିଶନର ନୀତେଶ ବ୍ୟାସଙ୍କ ସମେତ ୮ ଜଣ ଟିମ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଓଡିଶାରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ । ଇଭିଏମ ସ୍ଥିତି, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ସମୀକ୍ଷା କରିବେ । ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ମୁଖ୍ୟ ନିର୍ବାଚନ ଅଧିକାରୀ, ଗୃହ ସଚିବ, ଉନ୍ନୟନ କମିଶନ ଓ ସବୁ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସହ ଆଲୋଚନା କରିବେ । ୧୫ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଓଡିଶାରେ ରହିବାର କାର୍ଯ୍ୟକ୍ରମ ରହିଛି । ୧୬ ତାରିଖରେ ଜାତୀୟ ଓ ରାଜ୍ୟର ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳ, ଡିଇଓ, ଏସପି, ସିପି, ଡିଭିଜନାଲ କମିଶନର ଆଇଜିଙ୍କ ସହ ନିର୍ବାଚନ କମିଶନ ଆଲୋଚନା କରିବାର କାର୍ଯକ୍ରମ ରହିଛି । ସେହିପରି ୧୭ ତାରିଖରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ରାଜ୍ୟ ପୁଲିସ ନୋଡାଲ ଅଫିସର, ସିପିଏଫ ନୋଡାଲ ଅଫିସର, ମୁଖ୍ୟ ଶାସନ ସଚିବ ଓ ଡିଜିପିଙ୍କ ସହ ଆଲୋଚନା କରିବେ ।

Spread the love