ଚା’ ପ୍ରେମୀମାନେ ସାବଧାନ! ସତର୍କ ନ ହେଲେ ହୋଇପାରେ ଅନେକ ଅସୁବିଧା
୧ – ଯଦି ଆପଣ ସେହି ଲୋକଙ୍କ ମଧ୍ୟରୁ ଜଣେ , ତାହେଲେ ଖାଲି ପେଟରେ କ୍ଷୀର ଚା’ ପିଅନ୍ତୁ ନାହିଁ । ଖାଲି ପେଟରେ ଅଧିକ କ୍ଷୀର ମିଶା ଚା’ ପିଇବା ଦ୍ୱାରା କ୍ଲାନ୍ତ ଅନୁଭବ ହୁଏ । ଆଉ ଗୋଟେ କଥା ହେଲା ଚା’ରେ କ୍ଷୀର ମିଶାଇବା ଦ୍ୱାରା ଆଣ୍ଟିଅକ୍ସିଡେଂଟର ପ୍ରଭାବ କମିଯାଇଥାଏ ।
୨ – ଯଦି ଆପଣ ଏହା ଭାବି ଖୁସି ହେଉଛନ୍ତି ଯେ, କମ୍ କ୍ଷୀରର ଷ୍ଟ୍ରଗ୍ ଚା’ ପିଉଛନ୍ତି , ଏହା ମଧ୍ୟ ଆପଣଙ୍କ ପାଇଁ କ୍ଷତିକର ଅଟେ । ଷ୍ଟେନଡ୍ ଚା’ ପାଚନ ତନ୍ତ୍ରକୁ କ୍ଷତି ପହଁଚାଇଥାଏ ଏବଂ ଏହା ଆପଣଙ୍କ ପେଟ ସହ ଜଡିତ ଅନେକ ସମସ୍ୟା ସୃଷ୍ଟି କରେ ।
୩ – ଯଦି ଆପଣ ଏହା ବି ଭାବୁଛନ୍ତି ଯେ ଆପଣ ଚା’ ଖାଇବା ପରେ ପିଉଛନ୍ତି , ତଥାପି ଆପଣ ସମସ୍ୟାରୁ ବାହାର ନୁହଁନ୍ତି । ଆମେ ସମସ୍ତେ ଜାଣନ୍ତି ଯେ ଚା’ ରେ ଟେଟିନ୍ ଥାଏ । ଯାହା ଆହାରରେ ଥିବା ଆୟରନ୍ ସହ ପ୍ରଭାବ ପକାଇଥାଏ । ଏଥିପାଇଁ ଖାଇବା ପରେ ଚା’ ପିଇବା ଦ୍ୱାରା ପୋଷକ ତତ୍ୱ ନଷ୍ଟ କରିଥାଏ ।
୪ – ଯଦି ଆପଣ ଦିନରେ ୪ରୁ ୫ଥର ଚା’ ପିଉଥାନ୍ତି , ତ ନିଜର ଏହି ଅଭ୍ୟାସକୁ ପରିତ୍ୟାଗ କରନ୍ତୁ । ବହୁତ ଅଧିକ ଗରମ ଚା’ ପିଇବାର ଅଭ୍ୟାସ ମଧ୍ୟ ଭଲ ନୁହେଁ । ଏହାଦ୍ୱାରା ଖାଦ୍ୟ ନଳୀରେ କର୍କଟ ହେବାର ସମସ୍ୟା ବଢିଯାଇଥାଏ ।