କାଲି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ । ଅବାଧ, ମୁକ୍ତ ଓ ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ୫୨ ହଜାର ୫୦୦ ପୋଲିଂ କର୍ମଚାରୀ ନିଯୁକ୍ତ ହୋଇଛନ୍ତି। କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ପାଇଁ ମଇଦାନରେ ଅଛନ୍ତି ମୋଟ୍ ୩୭ ଜଣ ପ୍ରାର୍ଥୀ। ସେହିପରି ଏହି ୪ ଲୋକସଭା କ୍ଷେତ୍ର ଅଧୀନ ୨୮ ବିଧାନସଭା ଆସନରେ ଲଢୁଛନ୍ତି ମୋଟ୍ ୨୪୩ ଜଣ ପ୍ରାର୍ଥୀ ଅଛନ୍ତି।

Spread the love