ବସ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ

ବସରେ ନିଆଁ ଲାଗି ୧୨ ଜଣ ମୃତ୍ୟୁ ବରଣ କରିବା ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ଟ୍ୱିଟ୍‌ କରି ଆହତଙ୍କ ଆଶୁଆରୋଗ୍ୟ କାମନା କରିବା ସହ ମୃତକଙ୍କ ପରିବାର ପ୍ରତି ମୋର ସମବେଦନା ଜଣାଉଛି। ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ମୃତକଙ୍କ ପରିବାରକୁ ଧୈର୍ଯ୍ୟ ପ୍ରଦାନ କରନ୍ତୁ ବୋଲି ଧର୍ମେନ୍ଦ୍ର ଟ୍ୱିଟ୍‌ କରିଛନ୍ତି। ସେ ନିଜ ଟ୍ୱିଟ୍‌ରେ ଲେଖିଛନ୍ତି-“କେଉଁ କାରଣରୁ ଏପରି ଦୁର୍ଭାଗ୍ୟଜନକ ଘଟଣା ଘଟିଲା, ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଭବିଷ୍ୟତରେ ଯେପରି ଏହିପରି ଘଟଣା ନଘଟେ ସେଥିପାଇଁ ସଜାଗ ରହିବା ଜରୁରୀ।”

Spread the love