କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ସରକାରୀ ଛୁଟି ବାତିଲ, ନିର୍ବାଚନ ପାଇଁ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର: ସାଧାରଣ ନିର୍ବାଚନ ୨୦୨୪କୁ ଦୃଷ୍ଟିରେ ରଖି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି । କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ସରକାରୀ ଛୁଟି ଦିବସକୁ ବାତିଲ କରାଯାଇଛି । ଶନିବାର ଓ ରବିବାର ଛୁଟି ଦିବସକୁ ମଧ୍ୟ ବାତିଲ କରି ଦିଆଯାଇଛି । ମେ ୧୧, ୧୨, ୧୯, ୨୩, ୨୫, ୨୬ ଓ ଜୁନ୍ ୨ ତାରିଖରେ ଥିବା ଛୁଟି ଦିନକୁ ବାତିଲ କରାଯାଇଛି । ଏହି ଦିନମାନଙ୍କରେ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଫିସ ଯିବାକୁ କୁହାଯାଇଛି । ଏ ନେଇ ଖୋର୍ଦ୍ଧା ଓ କଟକ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିସହିତ ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ, ସମସ୍ତ ବିଡିଓ, ତହସିଲଦାର, ଜିଲ୍ଲା ସ୍ତରୀୟ ଅଫିସର ଓ ସମସ୍ତ ବିଭାଗାୀୟ ଅଧିକାରୀଙ୍କୁ ଜିଲ୍ଲାପାଳଙ୍କ ତରଫରୁ ଚିଠି ପଠାଯାଇଛି । ସୂଚନାଯୋଗ୍ୟ ଯେ, ଲୋକସଭା ନିର୍ବାଚନ ପାଇଁ ସାରା ଦେଶରେ ସାତ ପର୍ଯ୍ୟାୟ ବିଶିଷ୍ଟ ମତଦାନ ପ୍ରକ୍ରିୟା ଜାରି ରହିଛି । ଏହା ମଧ୍ୟରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଆଗକୁ ଆଉ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ତେବେ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ସେମାନଙ୍କର ପ୍ରାର୍ଥୀ ତାଲିକା ଜାରି କରିବା ପରେ ଟିକେଟ କଟିବା ପରେ କିଛି ନେତା ଦଳ ଛାଡ଼ି ନୂଆ ଏକ ଦଳରେ ସାମିଲ ହେଉଥିବା ଦେଖାଯାଉଛି । ସେହିପରି ଟିକେଟ ପାଇଥିବା ନେତାମାନେ ପ୍ରବଳ ଖରାକୁ ଖାତିର ନକରି ପ୍ରଚାରରେ ଲାଗିପଡ଼ିଛନ୍ତି ।

Spread the love