ବହୁ ସଂଖ୍ୟାରେ ମତଦାନ କରିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଆଜି ଦେଶର ଚତୁର୍ଥ ଓ ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ରାଜ୍ୟର ୪ଟି ଲୋକସଭା ଆସନ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀର ଲୋକ ସେମାନଙ୍କ ନେତା ବାଛୁଛନ୍ତି।ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଆରମ୍ଭ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଏକ୍ସ’ରେ ଲେଖିଛନ୍ତି ’ଆପଣମାନଙ୍କ ପ୍ରତିଟି ଭୋଟ୍ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ। ବିକାଶର ଧାରାକୁ ଆଗେଇ ନେବ। ସାଧାରଣ ନିର୍ବାଚନ ୨୦୨୪ରେ ବହୁ ସଂଖାରେ ମତଦାନ କରି ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ।’

Spread the love