ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ପୁରୀ: ନିର୍ବାଚନ ପ୍ରଚାର କରିବାକୁ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସକାଳୁ ପୁରୀରେ ପହଞ୍ଚିଛନ୍ତି। ପୁରୀରେ ରୋଡ ସୋ କାର୍ଯ୍ୟକ୍ରମ ଥିବାରୁ ସକାଳୁ ତାଳବଣିଆ ହେଲିପ୍ୟାଡରୁ ଓହ୍ଲାଇ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ପାଇଁ ପ୍ରଧାନମନ୍ତ୍ରୀ ପହଞ୍ଚିବା ସମୟରେ ତାଙ୍କର ଏକ ଝଲକ ପାଇବାକୁ ବଡ଼ଦାଣ୍ଡରେ ପ୍ରବଳ ଗହଳି ଦେଖିବାକୁ ମିଳିଥିଲା। ଏହି ଅବସରରେ ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଥିଲେ। ମହାପ୍ରଭୁଙ୍କ ଦର୍ଶନ କରିବା ପରେ ପୁରୀରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ରୋଡ ସୋ ଆରମ୍ଭ ହୋଇଛି। ସିଂହଦ୍ୱାର ସାମ୍ନାରୁ ମେଡିକାଲ ଛକ ପର୍ୟ୍ୟନ୍ତ ରୋଡ ସୋ’ କରୁଛନ୍ତି ପ୍ରଧାନମନ୍ତ୍ରୀ। ଏହି ଅବସରରେ ବିଜେପି ବରିଷ୍ଠ ନେତା, କର୍ମୀ, ସମର୍ଥକ ଓ ସାଧାରଣ ଲୋକ ସାମିଲ ହୋଇଛନ୍ତି।

Spread the love