ଏଆଇ ବ୍ୟବହାରକୁ ନେଇ ହୋଇଥିବା ଅଭିଯୋଗର ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆର୍ଟିଫିସିଆଲ ଇଂଟିଲିଜେନ୍ସ ବ୍ୟବହାର ନେଇ ବିରୋଧୀଙ୍କ ଅଭିଯୋଗ ଉପରେ ଜବାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନଙ୍କ ଭିଡିଓ ବାର୍ତାରେ ସେ ନିଜେ କହୁନାହାଁନ୍ତି, ଏଆଇ ବ୍ୟବହାର କରି ଭିଡିଓ କରାଯାଉଥିବା ନେଇ ବିଜେପି ଅଭିଯୋଗ ଆଣିଥିଲା । ଏହାର ଜବାବ ରଖି ନୀବନ କହିଛନ୍ତି, ଭଲ କଥା, ସେମାନେ ବି ଏଆଇ ବ୍ୟବହାର କରନ୍ତୁ । ସୂଚନା ଅନୁସାରେ, ସିଏମ୍‌ଙ୍କ ବାର୍ତ୍ତାରେ ଏଆଇ ବ୍ୟବହାର ନେଇ ବିଜେପି ଅଭିଯୋଗ ଆଣିଥିଲା। ସର୍ଟ ଭିଡିଓରେ ନବୀନ ବାବୁ ନିଜେ କହୁଛନ୍ତି ନା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା ଏଆଇ, ପଚାରିଛନ୍ତି ବରିଷ୍ଠ ବିଜେପି ନେତା ସମୀର ମହାନ୍ତି। ଯଦି ନବୀନ ବାବୁ କହୁଥାନ୍ତେ, ତାହେଲେ ସଭା ସମିତିରେ ବି କୁହନ୍ତେ। କିନ୍ତୁ ସଭାରେ ଗୋଟିଏ ମିନିଟରେ ସ୍କ୍ରିପ୍ଟେଡ୍ ଲେଖା ପଢ଼ି ଦେଉଛନ୍ତି। ନବୀନ ବାବୁଙ୍କ ଶାରୀରିକ ଅସୁସ୍ଥତା ଯୋଗୁଁ ଏକଥା ସମ୍ଭବ ହୋଇ ପାରୁନି ବୋଲି କହିଛନ୍ତି ସମୀର ମହାନ୍ତି। ତାଙ୍କୁ ଯିଏ ରିମୋଟ୍ ଧରି ଚଳାଉଛନ୍ତି, ଏକଥା ସବୁ ଜାଣିଛନ୍ତି। ତେବେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ନବୀନ କାହିଁକି ଚୁପ୍ ? ତଦନ୍ତ କମିଶନ ରିପୋର୍ଟ କୁଆଡ଼େ ଗଲା ବୋଲି ପ୍ରଶ୍ନ କରିଥିଲେ ସମୀର ମହାନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଡିପ୍ ଫେକ୍ ଭିଡିଓ କରି ମିଛ ଅଭିଯୋଗ କରିଛନ୍ତି। ସତ ମୁଖ୍ୟମନ୍ତ୍ରୀ ତାଙ୍କ ଭର୍ଚୁଆଲ ଅବତାର କଥା ଜାଣୁଛନ୍ତି କି ନାହିଁ ସନ୍ଦେହ ହେଉଛି। ଏମିତି ମିଛ ଭିଡିଓକୁ ନେଇ ଦବି ନଯିବାକୁ ଅପରାଜିତାଙ୍କୁ ପରାମର୍ଶ ଦେଇଛନ୍ତି ବୈଜୟନ୍ତ।

Spread the love