ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀଙ୍କ ଜୋରଦାର ପ୍ରଚାର
ବାରିପଦା: ଶୁକ୍ରବାର ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଜିଲ୍ଲାର ଦୁଇଟି ସ୍ଥାନ ରାଇରଙ୍ଗପୁର ଏବଂ ବାରିପଦାରେ ନିର୍ବାଚନୀ ପ୍ରଚାର କରିଛନ୍ତି ନବୀନ ପଟ୍ଟନାୟକ। ଜନସାଧାରଣଙ୍କୁ ବିଜେଡି ସରକାରଙ୍କ ବିଭିନ୍ନ ଯୋଜନା ଭଲ କି ବୋଲି ନବୀନ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଆୟୋଜିତ ଜନସମାବେଶରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ଲାଗି ଭୋଟ ମାଗିଛନ୍ତି। ରାଇରଙ୍ଗପୁରରେ ପାଣ୍ଡିଆନ କହିଥିଲେ, ରାଜ୍ୟ ସରକାର ଆଦିବାସୀ ଭାଇଭଉଣୀମାନଙ୍କ ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି। ସେମାନଙ୍କ ଭାଷା, ସାହିତ୍ୟ, ସଂସ୍କୃତି ଓ ଦେବସ୍ଥଳୀର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସର୍ବଦା ପଦକ୍ଷେପ ନେଇଆସୁଛନ୍ତି। ଆଦିବାସୀମାନଙ୍କ ଉପରେ ଥିବା ୫୦ ହଜାର ମାମଲା ରଦ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ପାଣ୍ଡିଆନ କହିଥିଲେ। ପାଣ୍ଡିଆନ ବିଜେଡି ସରକାରର ବିଭିନ୍ନ ଯୋଜନା ବିଷୟରେ ଆଲୋକପାତ କରିବା ସହିତ ସାରା ଦେଶରେ ସବୁଠାରୁ ଅଧିକ ଆଦିବାସୀ ଛାତ୍ରାବାସ ଓଡ଼ିଶାରେ ନିର୍ମାଣ ହୋଇଛି ବୋଲି କହିଥିଲେ।