ଓଡିଶା ପହଁଚିଲେ ବିଜୁ ପଟ୍ଟନାୟକଙ୍କ ନାତି ଅରୁଣ ପଟ୍ଟନାୟକ

ଭୁବନେଶ୍ୱର: ଆଜି ଓଡ଼ିଶା ଆସିଛନ୍ତି ବିଜୁ ପଟ୍ଟନାୟକଙ୍କ ନାତି ଅରୁଣ ପଟ୍ଟନାୟକ। ବିଜେଡିର ବିପର୍ଯ୍ୟୟ ପାଇଁ ଭିକେ ପାଣ୍ଡିଆନ ଓ ତାଙ୍କ ଟିମକୁ ଦାୟୀ କରାଯାଉଥିବାବେଳେ ଅରୁଣଙ୍କ ଅଚାନକ ଭୁବନେଶ୍ୱର ଆଗମନ ବିଜେଡି ରାଜନୀତିକୁ ଉଷ୍ମ କରିଦେଇଛି । ନବୀନଙ୍କ ଉତ୍ତରାଧିକାରୀ ହୋଇ ଅରୁଣ ବିଜେଡିର ନେତୃତ୍ୱ ନେବେ ନା ନବୀନଙ୍କୁ ସାନ୍ତ୍ୱନା ଦେଇ ପୁଣିଥରେ ଦିଲ୍ଲୀ ଫେରିଯିବେ ତାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି । ନବୀନଙ୍କ ବଡ଼ଭାଇ ପ୍ରେମ ପଟ୍ଟନାୟକଙ୍କ ପୁଅ ଅରୁଣ ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଂଚିଛନ୍ତି । ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ସହ ସେ ଦିଲ୍ଲୀରୁ ଆସି ସିଧାସଳଖ ନବୀନ ନିବାସ ଯାଇଥିଲେ । ବିମାନ ବନ୍ଦରରେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବପ୍ରକାଶ ଦାସ(ବବି) ଉଭୟ ଅରୁଣ ଓ ପାଣ୍ଡିଆନଙ୍କୁ ରିସିଭ୍ କରିଥିଲେ । ସମସ୍ତେ ନବୀନ ନିବାସରେ କିଛି ସମୟ ବିତାଇବା ପରେ ପାଣ୍ଡିଆନ ଓ ବବି ନିଜ ନିଜ ଘରକୁ ଫେରିଛନ୍ତି । ନବୀନ ନିବାସରେ ନବୀନଙ୍କ ସହ ଅରୁଣ ରହିଥିବା ଜଣାପଡ଼ିଛି ।

Spread the love