ପ୍ରତିଶୃତି ପୂରଣ କଲେ ମୋହନ ସରକାର; ଖୋଲିଲା ଶ୍ରୀମନ୍ଦିର ଚାରି ଦ୍ୱାର

ପୁରୀ: ନିଜ ବଡ଼ ପ୍ରତିଶ୍ରୁତି ପୂରଣ କଲେ ନୂଆ ବିଜେପି ସରକାର। ସବୁ ପ୍ରତୀକ୍ଷାର ଅନ୍ତ ହେଲା ଆଉ ଖୋଲିଲା ମହାପ୍ରଭୁଙ୍କ ଶ୍ରୀମନ୍ଦିରର ୪ ଦ୍ବାର। ନୂଆ ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଖୋଲିଛି ଶ୍ରୀମନ୍ଦିରର ୪ ଦ୍ବାର। ମହାପ୍ରଭୁଙ୍କ ମଙ୍ଗଳ ଆଳତି ପରେ ଭକ୍ତଙ୍କ ପାଇଁ ଖୋଲାଯାଇଛି ୪ ଦ୍ବାର। ପ୍ରଥମ କ୍ୟାବିନେଟ ବୈଠକରେ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିବାକୁ ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର। ଗୁରୁବାର ସକାଳେ ମଙ୍ଗଳ ଆଳତି ପରେ ଉକ୍ତଙ୍କ ପାଇଁ ଖୋଲିଛି ପୁରୀ ଶ୍ରୀମନ୍ଦିରର ୪ ଦ୍ବାର। ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲୋକ ସେବା ଭବନରେ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରି ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଗ୍ରହଣ କରିଥିଲେ।

Spread the love