ସ୍ନାନବେଦୀରେ ମହାବହୁ: ଗଜବେଶରେ ଭକ୍ତଙ୍କୁ ଦେଉଛନ୍ତି ଦର୍ଶନ

ପୁରୀ: ଆଜି ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ସ୍ନାନଯାତ୍ରା। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦୀରୁ ସ୍ନାନବେଦୀକୁ ଆସି ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ ସାରିବା ପରେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରାଙ୍କୁ ଭକ୍ତମାନେ ହାତୀବେଶରେ ଦର୍ଶନ କରୁଛନ୍ତି। ଶୁଭ୍ର ରଙ୍ଗର ଗଜବେଶରେ ମହାପ୍ରଭୁ ଓ ହଳଦିଆ ରଙ୍ଗର ଗଜବେଶରେ ବଡ଼ଠାକୁର ଦର୍ଶନ ଦେଇଛନ୍ତି । ମହାପ୍ରଭୁଙ୍କ ଏହି ଅପୂର୍ବ ବେଶ ‌ଦର୍ଶନ କରି ଭକ୍ତମାନେ ନିଜକୁ ଧନ୍ୟ ମନେ କରିଛନ୍ତି। ସକାଳୁ ପ୍ରବଳ ଖରା ଓ ଗୁଳୁଗୁଳି, ଆଉ ଏହାପରେ ଅପରାହ୍ନରେ ପ୍ରବଳ ବର୍ଷାରେ ଭିଜିବା ସତ୍ତ୍ବେ ଭକ୍ତମାନେ ଏହି ବେଶ ଦର୍ଶନ କରି ବହୁତ ଖୁସି ଅନୁଭବ କରିଛନ୍ତି।

Spread the love