ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଜାରି

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଜାରି ରହିଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ।   ଚଳିତ ରଥଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ଉପରେ ଲାଗିବ ମୋହର। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ ଓ ପରିଚାଳନା କମିଟି ସଦସ୍ୟମାନେ ଉପସ୍ଥିତ ରହିଛନ୍ତି। ଗତକାଲି ଛତିଶା ନିଯୋଗ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଉପରେ ଏହି ବୈଠକରେ ମୋହର ଲାଗିବ ବୋଲି ଜଣାଯାଇଛି।

Spread the love