ଆଜି ପବିତ୍ର ରକ୍ଷା ବନ୍ଧନ

ପବିତ୍ର ରାଖି ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ । ଭାଇ ହାତରେ ରାକ୍ଷୀ ବାନ୍ଧି ଶୁଭ ମନାସିବ ଭଉଣୀ । ସବୁ ଦିନ ପାଇଁ ଭାଇ ପାଖରୁ ସୁରକ୍ଷା ଲୋଡିବ । ଧାର୍ମିକ ପରମ୍ପରା ଓ ରୀତିନୀତିରେ ଏହି ରକ୍ଷା ବନ୍ଧନ ସାରା ଦେଶରେ ଧୁମଧାମରେ ପାଳିତ ହେଉଛି । ଶ୍ରୀମନ୍ଦିରରେ ମଧ୍ୟ ରକ୍ଷାବନ୍ଧନ ଓ ବଳଭଦ୍ରଙ୍କ ଜନ୍ମୋତ୍ସ ନୀତି ପାଳିତ ହେବ । ସକାଳୁ ପ୍ରଭୁଙ୍କର ଦ୍ବାରଫିଟା, ମଙ୍ଗଳ ଆଳତୀ, ଅବକାଶ ନୀତି, ଭୋଗମଣ୍ଡପ, ସର୍ବାଙ୍ଗ ନୀତି ପରେ ରାଖି ଲାଗି ହେବ । ସେହିପରି ସନ୍ଧ୍ୟାଧୁପ ପରେ ବଳଭଦ୍ର ଜନ୍ମ ନୀତି ଅନୁଷ୍ଠିତ ହେବ ।

Spread the love