ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ପୂର୍ବ କେନ୍ଦ୍ରୀୟ ଓ ସନ୍ନିକଟ ଉତ୍ତର ବଙ୍ଗୋପ ସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆଗାମୀ ୨ ଦିନରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ମୁହାଇଁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ପାଇଁ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଜାରି ହୋଇଛି ଅତି ପ୍ରବଳ ବର୍ଷା ସତର୍କତା ବା ଅରେଞ୍ଜ ୱାର୍ଣ୍ଣିଂ । ଆସନ୍ତା ୩୦ ଓ ୩୧ ତାରିଖରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Spread the love