ରାଜ୍ୟରେ ପ୍ରତିଷ୍ଠା ହେବନି ହାଇକୋର୍ଟ ବେଞ୍ଚ: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ହେବନି ହାଇକୋର୍ଟ ବେଞ୍ଚ। ଏ ନେଇ ଆଜି ଗୃହରେ ଲିଖିତ ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜେଡି ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଲିଖିତ ପ୍ରଶ୍ନରେ ଏହି ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ଓଡିଶାର କୌଣସି ସ୍ଥାନରେ ବେଞ୍ଚ ପ୍ରତିଷ୍ଠା ହେବାର କୌଣସି ଯଥାର୍ଥତା ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Spread the love