୧୩ ତାରିଖରୁ ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର: ୧୩ରୁ ପୁଣି ବଢିବ ବର୍ଷା । ଉତ୍ତର ଛତିଶଗଡ଼ରେ ସକ୍ରିୟ ରହିଛି ଅବପାତ । ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବ । କାଁଭାଁ ସ୍ଥାନରେବିଶେଷ କରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି । ଆଜି ପାଇଁ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ସହ ବାଲେଶ୍ୱର ,ଭଦ୍ରକ, ଯାଜପୁର ,କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝରରେ ବିଜୁଳି ଘଡଘଡି ବର୍ଷାର ସତର୍କତାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

୧୩ ତାରିଖ ଠାରୁ ବର୍ଷାର ପରିମାଣ ବଢିବ । ବିଶେଷ କରି ଉତ୍ତର ଓଡ଼ିଶାରେ ଏହାର ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୯୩୮. ୭ ମିମି ବର୍ଷା ରେକର୍ଡ ହୋଇଛି ।  ଏବେବି ୭ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି ।

Spread the love