ବିଜେଡି ନେତା ଅନୁପ ସାଏ ଗିରଫ

ବିଜେଡି ନେତା ଅନୁପ କୁମାର ସାଏଙ୍କୁ ଛତିଶଗଡ଼ ପୋଲିସ ଅଟକ ରଖିଛି। ଏକ ହତ୍ୟାକାଣ୍ଡ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଅନୁପଙ୍କୁ ଛତିଶଗଡ ପୁଲିସ ଉଠାଇନେଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ଗତକାଲି ରାତିରେ ଛତିଶଗଡ଼ ପୋଲିସ ଅନୁପଙ୍କୁ ଏକ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ଝାରସୁଗୁଡ଼ାରୁ ଉଠାଇ ନେଇଛି ।  ଛତିଶଗଡ଼ ପୋଲିସ ଅନୁପଙ୍କୁ ରାୟଗଡ ଜିଲ୍ଲାର ଚକ୍ରଧରନଗର ଥାନାରେ ରଖି ପଚରାଉଚରା କରୁଛି । ପ୍ରକାଶ ଥାଉକି, ଅନୁପ କୁମାର ସାଏ ବ୍ରଜରାଜନଗର ନିର୍ବାଚନମଣ୍ଡଳୀରୁ ତିନିଥର  କଂଗ୍ରେସ ଟିକେଟରୁ ବିଧାୟକ ରହିଥିଲେ। ପରେ କଂଗ୍ରେସ ଦଳ ଛାଡି 2014 ରେ ବିଜେଡି ଯୋଗଦେଇ ଥିଲେ । ବର୍ତ୍ତମାନ ରାଜ୍ୟ ପଣ୍ୟଗାର ନିଗମର ଅଧ୍ୟକ୍ଷ ଭାବେ କାର୍ଯ୍ୟଭାର ସମ୍ଭାଳୁଛନ୍ତି ଅନୁପ କୁମାର ସାଏ।

Spread the love