ବିଧାନସଭା ବଜେଟ ଅଧିବେଶନ ଅଭିଭାଷଣରେ 5ଟି ଓ ମୋ ସରକାରଙ୍କୁ ପ୍ରଶଂସା କଲେ ରାଜ୍ୟପାଳ

ଭୁବନେଶ୍ୱର, ଆଜିଠୁ ଆରମ୍ଭ  ହୋଇଛି ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ । ଅଧିବେଶନ ଆରମ୍ଭ ଅଭିଭାଷଣ ରଖିଲେ ମହାମହିମ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ । ଅଭିଭାଷଣ ଆରମ୍ଭରୁ ସହିଦ ଓ ଦିବଙ୍ଗତ ନେତା ବିୟୋଗରେ ଶୋକପ୍ରସ୍ତାବ ଆଗତ କଲେ । ଏହାପରେ ବଜେଟ୍ ଅଭିଭାଷଣରେ, ମୋ ସରକାର ଓ 5ଟିକୁ ପ୍ରଶଂସା  କରିଛନ୍ତି ରାଜ୍ୟପାଳ । ମୋ ସରକାର ଲୋକଙ୍କ ସୁବିଧା ପାଇଁ ଆରମ୍ଭ ହୋଇଛି । 5 ଟି ଜରିଆରେ ପ୍ରଶାସନକୁ ଅଧିକ କ୍ରିୟାଶୀଳ କରାଯାଇଛି । ଏହା ଦ୍ୱାରା ରାଜ୍ୟର ବିଭିନ୍ନ ସ୍ୱାସ୍ଥ୍ୟ, ଶିକ୍ଷା କ୍ଷେତ୍ରଭଳି ଦିଗ ଗୁଡ଼ିକରେ ଅଧିକ ପ୍ରଗତି ହୋଇପାରିଛି । କେବଳ ଏତିକି ନୁହେଁ ରାଜ୍ୟ ସରକାରଙ୍କ କାଳିଆ ଯୋଜନାକୁ ମଧ୍ୟ ରାଜ୍ୟପାଳ ପ୍ରଶଂସା କରିଛନ୍ତି । ଛାତ୍ରଛାତ୍ରୀଙ୍କ ପାଇଁ କାଳିଆ ଛାତ୍ର ବୃତ୍ତି ଯୋଜନା ଲାଗୁ ହୋଇଛି । ସେହିଭଳି ଶ୍ରୀଜନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ମୋ ସରକାର ଫୋକସ ଦେଉଛନ୍ତି । ଶ୍ରୀମନ୍ଦିର ବିକାଶ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି । ଯାହାର ଝଲକ ନିକଟରେ ହୋଇଥିବା ଶ୍ରୀମନ୍ଦିରର ବିଭିନ୍ନ ସୌନ୍ଦର୍ଯ୍ୟକରଣ କାର୍ଯ୍ୟରୁ ଦେଖିବାକୁ ମିଳିଛି । ଠିକ୍ ସେହିପରି ଶ୍ରୀ ଲିଙ୍ଗରାଜ ମନ୍ଦିର ବିକାଶ ପାଇଁ ପଦକ୍ଷେପ ନେଉଛନ୍ତି ସରକାର ।

Spread the love