ବାତ୍ୟା ପ୍ରଭାବିତ ୫ ଜିଲ୍ଲାରେ କାଲି ବନ୍ଦ ରହିବ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ୱର : ବାତ୍ୟା ପ୍ରଭାବିତ ୫ ଜିଲ୍ଲାରେ କାଲି ବନ୍ଦ ରହିବ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର । ୫ ଜିଲ୍ଲା ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜରେ ଛୁଟି ଘୋଷଣା କଲେ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ । ବାତ୍ୟା ପ୍ରଭାବରେ ସଂପୃକ୍ତ ଜିଲ୍ଲାରେ ଅତ୍ୟଧିକ ବର୍ଷା ଜାରି ରହିଥିବାରୁ ଛୁଟି ପାଇଁ ନିଷ୍ପତ୍ତି ନିଆଯାଇଛି  । ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲରେ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି ।

ବାତ୍ୟାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା ଲାଗିରହିଛି । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲା ଭଦ୍ରକ, ବାଲେଶ୍ବର, କେଉଁଝର ଏବଂ ମୟୁରଭଞ୍ଜକୁ ରେଡ ଆର୍ଲଟ ଜାରି କରାଯାଇଛି ।

ସେହିପରି ପ୍ରବଳ ବର୍ଷା ନେଇ କେନ୍ଦ୍ରାପଡା, କଟକ, ଯାଜପୁର ଓ ଢେଙ୍କାନାଳକୁ ଅରେଞ୍ଜ ଆର୍ଲଟ ଜାରି ହୋଇଛି  । ୨୬ ତାରିଖ ପାଇଁ ମୟୁରଭଞ୍ଜଓ ବାଲେଶ୍ବରକୁ ଜାରି ହୋଇଛି ୟେଲୋ ଆର୍ଲଟ  ।  ଲ୍ୟାଣ୍ଡଫଲ ସମୟରେ କେନ୍ଦ୍ରାପଡା ଏବଂ ଭଦ୍ରକ ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି  ।  ଅନେକ ସ୍ଥାନରେ ପାଣି ଜମା ହୋଇ ରହିଛି । ଏହାକୁ ଦୃଷ୍ଟିରେ ରଖି ୫ ଜିଲ୍ଲାରେ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲରେ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି ।

Spread the love