ଆସନ୍ତା ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ । ଦକ୍ଷିଣ ପୂର୍ବ ଓ ତତସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରେ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆସନ୍ତା ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ପାଇଁ ଆସନ୍ତା ୧୨ ତାରିଖ ଯାଏ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଆସନ୍ତାକାଲି ବିଜୁଳି ଘଡ଼ଘଡ଼ି ପାଇଁ ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ, କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ତାତି ଓ ଆର୍ଦ୍ରତା ପାଇଁ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ୫ ଦିନ ଯାଏ ବିଭିନ୍ନ ଜିଲ୍ଲାରେ ଦିନର ସର୍ବୋଚ୍ଚ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ ।

Spread the love

Leave a Reply

Your email address will not be published. Required fields are marked *