୧୯ ଯାଏ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆହୁରି ୪ ଦିନ ବର୍ଷିବ । ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବା ସମ୍ଭାବନା ରହିଛି । ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରୁ ଅବପାତ ଦୂର୍ବଳ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।

ଏହା ଉତ୍ତର ଝାଡ଼ଖଣ୍ଡ ଓ ସଂଲଗ୍ନ ଦକ୍ଷିଣ ବିହାର ଉପରେ ସକ୍ରିୟ ରହିଛି । ଏହା ଧୀରେ ଧୀରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହା ସହ ଉତ୍ତର ପୂର୍ବ ବଙ୍ଗୋପସାଗର ଉପରେ ମଧ୍ୟ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି ।  ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ପୂର୍ବାନୁମାନ ହୋଇଛି । ୧୯ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ସତର୍କ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।

Spread the love