ସାଂସଦ ଓ ବିଧାୟକଙ୍କ ଶିକ୍ଷକ ବଦଳି ସୁପାରିସ ଉପରେ ରହିତାଦେଶ ଜାରି କଲେ ହାଇକୋର୍ଟ

କଟକ  : ସାଂସଦ ଓ ବିଧାୟକଙ୍କ ଶିକ୍ଷକ ବଦଳି ସୁପାରିସ ଉପରେ ରହିତାଦେଶ ଜାରି କଲେ ହାଇକୋର୍ଟ ।  ବିଧାୟକ ଓ ସାଂସଦ ନିଜ ନିର୍ବାଚନମଣ୍ଡଳୀର ୧୫ଜଣ ଯୋଗ୍ୟ ଶିକ୍ଷକଙ୍କ ବଦଳି ପାଇଁ ସୁପାରିସ ପାରିବେ ବୋଲି ସରକାର ଘୋଷଣା କରିଥିଲେ । ହାଇକୋର୍ଟ ଏହା ଉପରେ ରହିତାଦେଶ ଜାରି କରିଛନ୍ତି ।  ସରକାରଙ୍କ ଏପରି ନୀତି ଦ୍ବାରା ଶିକ୍ଷକଙ୍କ ବଦଳି ପ୍ରସଂଗ ପ୍ରଭାବିତ ହୋଇଥିବା ଅଭିଯୋଗ କରି କଳାହାଣ୍ଡିର ଜିଲ୍ଲାର ଦୁଇ ଜଣ ଶିକ୍ଷକ ହାଇକୋର୍ଟରେ ମାମଲା ଦାୟର କରିଛନ୍ତି ।

ଜଷ୍ଟିସ୍ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂପର୍କିତ ଦୁଇ ମାମଲାର ଏକତ୍ର ଶୁଣାଣି କରି ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି । ଏଥି ସହିତ ଆବେଦନକାରୀ ଶିକ୍ଷକଙ୍କ ବଦଳି ଉପରେ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି ।

ଚାରି ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ସରକାରୀ ନିଷ୍ପତ୍ତି ଦ୍ବାରା ଆବେଦନକାରୀ ଶିକ୍ଷକ ପ୍ରଭାବିତ ହୋଇଥିବା ଦର୍ଶାଯାଇଥିଲା। ଏଭଳି ନୀତିଗତ ନିଷ୍ପତ୍ତି ନେବା ପାଇଁ ସରକାରଙ୍କ କ୍ଷମତା ନାହିଁ। ଏପରି ନିଷ୍ପତ୍ତି ମଧ୍ୟ ଯୁକ୍ତିଯୁକ୍ତ ନୁହେଁ ବୋଲି ଆବେଦନରେ ଦର୍ଶଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଯୁଗ୍ମ ସଚିବଙ୍କ ପକ୍ଷରୁ ମେ’ ୧୩ରେ ପତ୍ର ମାଧ୍ୟମରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଓ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଏପରି ନିଷ୍ପତ୍ତି ସମ୍ପର୍କରେ ଅବଗତ କରାଯାଇଥିଲା।

ସାଂସଦ ଓ ବିଧାୟକ ନିଜ ନିର୍ବାଚନମଣ୍ଡଳୀର ୧୫ଜଣ ଯୋଗ୍ୟ ଶିକ୍ଷକଙ୍କୁ ବଦଳି ପାଇଁ ସୁପାରିସ କରିପାରିବେ ବୋଲି ସରକାର ଘୋଷଣା କରିଥିଲେ। ଗଣଶିକ୍ଷା ବିଭାଗ ପକ୍ଷରୁ ମେ’ ୧୩ରେ ଏ ସଂକ୍ରାନ୍ତରେ ପ୍ରାଥମିକ ଶିକ୍ଷା ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ପତ୍ର ଜାରି କରାଯାଇଥିଲା। ପତ୍ରରେ ଉଲ୍ଲେଖ କରାଯାଇଥିଲା ଯେ ବିଧାୟକ ଓ ସାଂସଦଙ୍କ ପକ୍ଷରୁ ଜିଲ୍ଲାପାଳଙ୍କୁ ବଦଳି ପ୍ରସ୍ତାବ ଦିଆଯିବା ପରେ ଜିଲ୍ଲାସ୍ତରୀୟ କମିଟି ଏହି ପ୍ରସଙ୍ଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବ।

Spread the love