ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଫୁଟବଲ-୨୦୨୦; କପ୍‌, ଜ୍ୟାକେଟ ଓ ମାସକଟ୍ କୁ ଲୋକାର୍ପିତ କଲେ ମୁଖମନ୍ତ୍ରୀ

ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସଭା ଭବନରେ ଆୟୋଜିତ ଏକ ସଂକ୍ଷିପ୍ତ ଉତ୍ସବରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ(ଏସଡିସି) ଫୁଟବଲ ୨୦୨୦ର କପ୍‌, ଜ୍ୟାକେଟ୍ ଏବଂ ମାସକଟ୍ ଲୋକାର୍ପିତ କରିଛନ୍ତି ।

ରାଜ୍ୟର ନଅ ଗୋଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ୧୦ଟି ଫୁଟବଲ ଦଳ ମଧ୍ୟରେ ଫେବୃଆରୀ ୧୪ ତାରିଖରୁ ପ୍ରତିଯୋଗିତା ରାଜ୍ୟର ବିଭିନ୍ନ ସ୍ଥାନରେ ଚାଲୁ ରହିଛି । ଏଥିରେ ରାଜ୍ୟର ୬୦୦୦ ଜନଜାତି ପିଲା ଅଂଶଗ୍ରହଣ କରିଛନ୍ତି । ମାର୍ଚ୍ଚ ୫ ତାରିଖ ଦିନ କଟକ ବାରବାଟୀ ଷ୍ଟାଡିୟମ୍ ରେ ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହେବ । ଏହି ପ୍ରତିଯୋଗିତାର ମାସକଟ୍ ଭାବରେ ଗୁଣ୍ଡୁଚି ମୂଷାକୁ ଚୟନ କରାଯାଇଛି ।

ଆଜିର କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଜନଜାତି ବିକାଶ ବିଭାଗ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାଇକା, କ୍ରୀଡାମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଉନ୍ନୟନ କମିଶନର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।ଜ୍ୟର ନଅ ଗୋଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ୧୦ଟି ଫୁଟବଲ ଦଳ ମଧ୍ୟରେ ଫେବୃଆରୀ ୧୪ ତାରିଖରୁ ପ୍ରତିଯୋଗିତା ରାଜ୍ୟର ବିଭିନ୍ନ ସ୍ଥାନରେ ଚାଲୁ ରହିଛି । ଏଥିରେ ରାଜ୍ୟର ୬୦୦୦ ଜନଜାତି ପିଲା ଅଂଶଗ୍ରହଣ କରିଛନ୍ତି । ମାର୍ଚ୍ଚ ୫ ତାରିଖ ଦିନ କଟକ ବାରବାଟୀ ଷ୍ଟାଡିୟମ୍ ରେ ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହେବ । ଏହି ପ୍ରତିଯୋଗିତାର ମାସକଟ୍ ଭାବରେ ଗୁଣ୍ଡୁଚି ମୂଷାକୁ ଚୟନ କରାଯାଇଛି ।

ଆଜିର କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଜନଜାତି ବିକାଶ ବିଭାଗ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାଇକା, କ୍ରୀଡାମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଉନ୍ନୟନ କମିଶନର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Spread the love