ଆଜି ଅସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଓଡିଶା ଆସୁଛନ୍ତି । ଆଜି ସକାଳ ୯ଟା ରେ ଭୁବନେଶ୍ୱରରେ ପହଞ୍ଚିବାର ସୂଚନା ମିଳିଛି । ଏହାପରେ ସେ ଲୋକସେବା ଭବନରେ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ ।  ଏହାପରେ ୨ଟାରୁ ଅପରାହ୍ଣ ୪ଟା ଯାଏ ଜନତା ମଇଦାନରେ ସିଏଏ ସମର୍ଥନରେ ସଭା କରିବେ।

ସନ୍ଧ୍ୟା ୬ଟାରୁ ୭ଟା ୩୦ ମଧ୍ୟରେ ବିଜେପିର ୨ଶହରୁ ଅଧିକ ପ୍ରମୁଖ ନେତାଙ୍କୁ ନେଇ ରୁଦ୍ଧଦ୍ୱାର ବୈଠକ କରିବେ । ଏହି ବୈଠକରେ ସବୁ ବିଧାୟକ, ସବୁ ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀ, ଜିଲ୍ଲା ସଭାପତି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଉପସ୍ଥିତ ରହିବେ। ଏଥିରେ ସାଂଗଠନିକ ସ୍ଥିତି ଓ ଆଗାମୀ ରଣନୀତି ଉପରେ ଆଲୋଚନା ହେବ । ୨୯ ତାରିଖ ସକାଳେ ଶ୍ରୀଜଗନ୍ନାଥ ଓ ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ଅମିତ ଶାହ ଦିଲ୍ଲୀ ଫେରିଯିବେ ।

Spread the love