ପୂର୍ବାଞ୍ଚଳ ରାଜ୍ୟ ପରିଷଦ ବୈଠକ: ସ୍ପେଶାଲ ଫୋକସ୍ ଷ୍ଟେଟ ଦାବିକଲେ ନବୀନ

ଭୁବନେଶ୍ୱର, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଭୁବନେଶ୍ୱରରେ  ପହଞ୍ଚି  ପୂର୍ବାଞ୍ଚଳ ରାଜ୍ୟ ପରିଷଦ ବୈଠକରେ କରୁଛନ୍ତି ଅଧ୍ୟକ୍ଷତା । ଲୋକସଭା ଭବନରେ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିହାର ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ଝାଡଖଣ୍ଡର ଅର୍ଥମନ୍ତ୍ରୀ ଉପସ୍ଥିତ ଅଛନ୍ତି । ଏହି ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ସ୍ପେଶାଲ୍ ଫୋକସ ଷ୍ଟେଟ ଦାବି କରିଛନ୍ତି।

ଏହି ବୈଠକରେ 4ଟି ପ୍ରସଙ୍ଗ ଉଠାଇଛନ୍ତି ନବୀନ । ଜାତୀୟ ସଂହତି ଓ ରାଜ୍ୟ-ରାଜ୍ୟ, କେନ୍ଦ୍ର-ରାଜ୍ୟ ମଧ୍ୟରେ ସୁସମ୍ପର୍କ ସ୍ଥାପନ ଏହି ବୈଠକର ମୂଳ ଉଦ୍ଦେଶ୍ୟ । ଅର୍ଥନୈତିକ ଭିତ୍ତିଭୂମି ଓ ପ୍ରଯୁକ୍ତି ବିଦ୍ୟାକୁ ନେଇ ସମସ୍ତଙ୍କ ମଧରେ ସଂହତି ଆସିବ ଦରକାର । ତଟେଲି ଯୋଗାଯୋଗ, ବ୍ୟାଙ୍କିଙ୍ଗ ସେବା ଓ ରେଳ, ସଡକ ସଂଯୋଗ କ୍ଷେତ୍ରରେ କେନ୍ଦ୍ରୀୟ ଅନୁଦାନ ଦୁଇ ଗୁଣ କରିବାକୁ ପ୍ରସ୍ତାବ ରଖିଛନ୍ତି ନବୀନ । ପୂର୍ବାଞ୍ଚଳ ପରିଷଦରେ ଥିବା ଏହି 4 ରାଜ୍ୟର ଅବଦାନ ଦେଶର ଖଣିଜ ସମ୍ପତ୍ତିରେ ଅଧିକ ଥିବାରୁ ଏହି ରାଜ୍ୟକୁ ଅଧିକ ଅନୁଦାନ ମିଳିବ ଦରକାର ବୋଲି କହିଛନ୍ତି ନବୀନ । 2012ରୁ କୋଇଲା ରାୟଲିଟି ସଂଶୋଧନ ହୋଇନାହିଁ । ଏବେ ଏହା ସଂଶୋଧନ ହେବାର ଜରୁରୀ ଆବଶ୍ୟକ ରହିଛି ବୋଲି ସେ ଦର୍ଶାଇଛନ୍ତି ।

ସେହିପରି କ୍ଲିନ ଏନର୍ଜୀ ସେସ ରାଜ୍ୟଗୁଡିକୁ ଦେବା ଦରକାର । ଭିତ୍ତିଭୂମି ଉନ୍ନୟନ କ୍ଷେତ୍ରରେ ସ୍ବତନ୍ତ୍ର ଅର୍ଥନୈତିକ ପ୍ୟାକେଜ ପାଇଁ ଦାବି କରିଛନ୍ତି ନବୀନ । ଏହି 4 ରାଜ୍ୟରେ ଆଦିବାସୀ ବହୁଳ ଅଞ୍ଚଳ ଅଧିକ ଥିବାରୁ ହୋ, ଭୂମିଜ ଓ ମୁଣ୍ଡାରୀ ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି । ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଲଗାତର ରହିଥିବାରୁ ଏହି ଭିତ୍ତିରେ ଓଡିଶାକୁ ସ୍ବତନ୍ତ୍ର ଫୋକସ ରାଜ୍ୟ ମାନ୍ୟତା ପ୍ରସ୍ତାବକୁ ବିଚାରକୁ ନେବା ପାଇଁ ଦାବି କରିଛନ୍ତି ନବୀନ । ସହରାଞ୍ଚଳକୁ କେନ୍ଦ୍ରୀୟ ଅନୁଦାନ ଦେବାରେ ବିଳମ୍ବ, ଧାନ କିଣାରେ ସବସିଡି ନଦେବା, ରେଳ ପ୍ରକଳ୍ପରେ ରାଜ୍ୟ ସରକାର 50 ପ୍ରତିଶତ ଅନୁଦାନ ସହିତ ମାଗଣ ଜମି ଦେଉଥିଲେ ବି କାମ ଆଗଉନାହିଁ ବୋଲି ଏହି ବୈଠକରେ ଉଲ୍ଲେଖ କରିଛନ୍ତି ନବୀନ ।

Spread the love