ନିର୍ମାଣ ଶ୍ରମିକ କଲ୍ୟାଣମଣ୍ଡପ ସସ୍ତାହ ଉଦଘାଟିତ, ଶ୍ରମିକଙ୍କ ହକ୍ ପାଇଁ କାମ କରୁଛି ଏବଂ କରିଚାଲିବି- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ଶ୍ରମିକମାନଙ୍କ ହକ୍ ପାଇଁ ମୁଁ କାମ କରୁଛି ଏବଂ କରିଚାଲିବି  ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ସ୍ଥାନୀୟ ସ୍ୱାଧୀନତା ସଂଗ୍ରାମୀ ପଡିଆରେ ଶ୍ରମିକ  ଏବଂ ଇଏସଆଇ ବିଭାଗ ପକ୍ଷରୁ ଆୟୋଜିତ ଶ୍ରମିକ ସପ୍ତାହ ପାଳନ ଉଦଘାଟନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ  ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଶ୍ରମିକମାନେ ହେଉଛନ୍ତି ଦେଶର ପ୍ରକୃତ ନିର୍ମାତା।  ଦେଶ ପାଇଁ ସେମାନଙ୍କ ତ୍ୟାଗ ଅତୁଳନୀୟ। ତେଣୁ ସେମାନଙ୍କ  ସାମାଜିକ ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟସରକାର ଶ୍ରମିକ କଲ୍ୟାଣ କ୍ଷେତ୍ରରେ ଆଗୁଆ ରାଜ୍ୟ। ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡରେ ପ୍ରାୟ 30 ଲକ୍ଷ ଶ୍ରମିକ ପଞ୍ଜିକୃତ ହୋଇଥିବା ବେଳେ ସେମାନଙ୍କ କଲ୍ୟାଣପାଇଁ 1500 କୋଟିରୁ ଅଧିକ ଟଙ୍କାର ସହାୟତା ଦିଆଯାଇଛି। 22 ହଜାର ଶ୍ରମିକଙ୍କୁ ପକ୍କାଘର ଯୋଗାଇ ଦିଆଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ 15 ଜଣ ହିତାଧିକାରୀଙ୍କୁ ନିର୍ମାଣ ଶ୍ରମିକ କଲ୍ୟାଣ ସହାୟତା ରାଶି ପ୍ରଦାନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ବିଭାଗଦୀୟ ମନ୍ତ୍ରୀ ସୁଶାନ୍ତ ସିଂହ, ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ ସୁବାସ ସିଂ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ, ମୋନା ଶର୍ମା ଏବଂ ଶ୍ରମ ନିର୍ଦ୍ଦେଶକ ଶ୍ରୀ ନାୟକ ପ୍ରମୁଖ ଉଦବୋଧନ ଦେଇ ଶ୍ରମିକମାନଙ୍କ କଲ୍ୟାଣ  ନିମନ୍ତେ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ ।

Spread the love