କମୁଛି ଶୀତ, ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ ରାତି ତାପମାତ୍ରା

ଭୁବନେଶ୍ୱର : କମୁଛି ଶୀତ ବଢ଼ୁଛି ରାତି ତାପମାତ୍ରା । ଆସନ୍ତା ୩ ଦିନ ଭିତରେ ଆହୁରି ୨ରୁ ୩ ଡିଗ୍ରୀ ରାତି ତାପମାତ୍ରା ବୃଦ୍ଧି ପାଇବ । ଭୁବନେଶ୍ବରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକାଳୁ ଘନ କୁହୁଡି଼ ସହ କାକର ପଡି଼ବ । ଦିନର ତାପମାତ୍ରା ୩୧ ଡିଗ୍ରୀ ସହ ରାତି ତାପମାତ୍ରା ୧୭ ଡିଗ୍ରୀ ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ କେନ୍ଦ୍ରାପଡା, ଜଗତସିଂହପୁର,ଭଦ୍ରକ, ପୁରୀ ଜିଲ୍ଲାରେ ସକାଳେ ଘନ କୁହୁଡି଼ ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂଜାରି କରାଯାଇଛି । ଗତ ୨୪ ଘଣ୍ଟାରେ ଫୁଲବାଣୀରେ ସର୍ବନିମ୍ନ ରାତ୍ରି ତାପମାତ୍ରା ୯.୬ ଡିଗ୍ରୀ ରେର୍ଡ କରାଯାଇଛି ।

Spread the love