ସୋନପୁର ମହାନଦୀ ବ୍ରିଜ୍ ସଡକ ଦୁର୍ଘଟଣା: ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ୨ ଲକ୍ଷର ସହାୟତା ରାଶି ଘୋଷଣା

ଭୁବନେଶ୍ବର : ସୋନପୁର ମହାନଦୀ ବ୍ରିଜରେ ଆଜି(ଶନିବାର) ଭୋରୁ ଘଟିଥିବା ସଡ଼କ ଦୁର୍ଘଟଣାରେ ପାଞ୍ଚ ଜଣ ବ୍ଯକ୍ତି ପ୍ରାଣ ହରାଇଛନ୍ତି । ଦୁର୍ଘଟଣାରେ ସାଧାରଣ ଲୋକ ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି । ଏହାସହ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏତଦ ବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ବ୍ୟକ୍ତିଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Spread the love