ସମ୍ପନ୍ନ ହେଲା ମହାପ୍ରଭୁଙ୍କ ’ଅଧରପଣା’ ନୀତି

ନବଦିନାତ୍ମକ ଯାତ୍ରା ଶେ​‌ଷ କରି ମହାପ୍ରଭୁ ବାହୁଡି ଆସିଛନ୍ତି । ଆଜି ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଅଧରପଣା ଭୋଗ କରାଯାଇଛି । ଶ୍ରୀଜୀଉଙ୍କ ଅଧର ଉଚ୍ଚ ପର୍ଯ୍ୟନ୍ତ ତିନୋଟି ଲେଖାଏଁ ମାଟିହାଣ୍ଡି ତିନିରଥରେ ରଖାଯାଇଥିଲା । ମହାସୁଆର ସେବକ ସେଥିରେ କ୍ଷୀର, ସର, ଛାଚି, କଦଳୀ, ଛେନା, ଗୋଲମରିଚଗୁଣ୍ଡ, କର୍ପୂର ଏବଂ ଜାଇଫଳ ପକାଇଥିଲେ ।

ପାଣିଆ ଆପଟଙ୍କ ଦ୍ୱାରା ଛାଉଣିମଠ କୂଅରୁ ଗରାରେ ପାଣି ଅଣାଯାଇ ଅଧରହାଣ୍ଡିରେ ଯୋଗାଯାଇଥିଲା । ମହାସୁଆର ଅଧରପଣା ପ୍ରସ୍ତୁତ କରିଥିଲେ । ପତ୍ରିବଡୁ, ସୁଆରବଡୁ ଓ ଗରାବଡୁ ପୂଜା ପାଠ କରିଥିଲେ ।

ପୂଜାପଣ୍ଡା ସେବକଙ୍କ ଦ୍ୱାରା ପଞ୍ଚୋପଚାରରେ ମହାପ୍ରଭୁଙ୍କୁ ପଣାଭୋଗ କରାଯାଇଥିଲା ।

Spread the love